ଜିଲ୍ଲା କାର୍ଯ୍ୟାଳୟସ୍ଥ ଓସନ ହଲଠାରେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠୀ ଜିଲ୍ଲାର କୋଭିଡ ପରିଚାଳନାର ସମୀକ୍ଷା କରିଛନ୍ତି । ଆଗାମୀ ଦିନରେ ତୃତୀୟ ଲହରକୁ ଦୃଷ୍ଟିରେ ରଖି ସରକାର ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଠାରେ ୫୦ ଶଯ୍ୟା ବିଶିଷ୍ଟ ଶିଶୁ କୋଭିଡ ଡାକ୍ତରଖାନା ସ୍ଥାପନ ପାଇଁ ସ୍ଥିର ହୋଇଅଛି ଏବଂ ଉପଖଣ୍ଡ ସ୍ତରରେ କମ୍ୟୁନିଟି ସ୍ବାସ୍ଥ୍ୟ କେନ୍ଦ୍ର (C.H.C) ଏବଂ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର (P.H.C.) ଗୁଡିକରେ କୋଭିଡ଼ ଶିଶୁ ଚିକିତ୍ସା ନିମନ୍ତେ ସ୍ବତନ୍ତ୍ର ବ୍ୟବସ୍ଥା କରିବା ପାଇଁ ନିଷ୍ପତି ନିଆଯାଇଛି । ଶିଶୁମାନେ କୋଭିଡ଼ରେ ଅଧିକ ଆକ୍ରାନ୍ତ ହେବାର ଆଶଙ୍କା ଥିବାରୁ ଅଭିଭାବକମାନେ ନିଜର ପିଲାମାନଙ୍କ ସ୍ଵାସ୍ଥ୍ୟପ୍ରତି ଅଧିକ ଯତ୍ନବାନ ହେବାକୁ ଜିଲ୍ଲାପାଳ ପରାମର୍ଶ ଦେବା ସହ ସ୍ବାସ୍ଥ୍ୟ କର୍ମୀ, ଅଙ୍ଗନବାଡି କର୍ମୀ, ଆଶାକର୍ମୀମାନେ ମଧ୍ୟ ଶିଶୁମାନଙ୍କୁ ଚିହ୍ନଟ କରି ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ସମ୍ପର୍କରେ ସଜାଗ ରହିବାକୁ କହିଛନ୍ତି । ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ନିମନ୍ତେ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀମାନେ ସଂପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ସେ ପରାମର୍ଶ ଦେଇଛନ୍ତି । ନିୟମିତ ଭାବେ ଅକ୍ସିଜେନ ଏବଂ ଆରଟି ପିସିଆର ଟେଷ୍ଟ ହେଲେ ସଂକ୍ରମିତମାନେ ଚିହ୍ନଟ ହେବା ସହିତ ସଂକ୍ରମଣକୁ ରୋକା ଯାଇ ହ୍ରାସ କରାଯାଇପାରିବ ବୋଲି ସେ ପ୍ରକାଶ କରିଛନ୍ତି । ସେଥିପାଇଁ ଜିଲ୍ଲାପାଳ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି। ଜିଲ୍ଲାରେ ହେଉଥିବା ଆଣ୍ଟିଜେନ ଏବଂ ଆରଟି ପିସିଆର ଟେଷ୍ଟ ଓ ଟୀକାକରଣ କାର୍ଯ୍ୟକ୍ରମ ସମ୍ପର୍କରେ ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ ଡଃ ଜ୍ୟୋତିଷ ଚନ୍ଦ୍ର ମହାପାତ୍ର, ଡି.ପି.ଏମ.,ଏନ.ଏଚ.ଏମ. ସୋନାଲୀ ପ୍ରିୟଦର୍ଶିନୀ ବୈଠକରେ ଅବଗତ କରାଇବା ସହ ଜିଲ୍ଲାରେ ଆଜି ପର୍ଯ୍ୟନ୍ତ ୫ ଲକ୍ଷ ୯୨ ହଜାରରୁ ଅଧିକ ଲୋକଙ୍କୁ ଟୀକା ପ୍ରଦାନ କରାଯାଇଛି ବୋଲି ପ୍ରକାଶ କରିଥିଲେ । ଆଗାମୀ ଗଣେଶ ପୂଜାକୁ ଦୃଷ୍ଟିରେ ରଖି କୋଭିଡ଼ ପ୍ରୋଟୋକଲ ନିୟମକୁ କଡାକଡି ପାଳନ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।ଏହି ଭିସି ସମୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶଶାଙ୍କ ଶେଖର ଦାଶ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସାଫଲ୍ୟ ମଣ୍ଡିତ ପ୍ରଧାନ, ଭାରପ୍ରାପ୍ତ ସଦର ଉପଜିଲ୍ଲାପାଳ ଶ୍ରୀ ରବି ନାରାୟଣ ତ୍ରିପାଠୀ, ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ଶ୍ରୀ ଜୟକୃଷ୍ଣ ନାୟକ,ପୌର ନିର୍ବାହୀ ଅଧିକାରୀ, ଶ୍ରୀ ଅତନୁ କୁମାର ସାମନ୍ତ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଶ୍ରୀମତୀ ଜ୍ୟୋସ୍ନା ରାୟ, ଆପତକାଳୀନ ଅଧିକାରୀ ଶ୍ରୀ ସ୍ମୃତି ରଞ୍ଜନ ମହାପାତ୍ର, ଏନ.ଏଚ.ଏମ., ଡି.ପି.ଏମ., ସୋନାଲୀ ପ୍ରିୟଦର୍ଶିନୀଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।
ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ