ସିବିଏସ୍ଇ ଦଶମ ଛାତ୍ରଛାତ୍ରୀଙ୍କ ଅପେକ୍ଷାର ଅନ୍ତ । ଆଜି ପ୍ରକାଶ ପାଇବ ସିବିଏସ୍ଇ ଦଶମ ପରୀକ୍ଷା ଫଳ । ଦିନ ୧୨ଟାରେ ୱେବସାଇଟରେ ରେଜଲ୍ଟ ପ୍ରକାଶ ପାଇବ । ଛାତ୍ରଛାତ୍ରୀମାନେ https://cbseresults.nic.in କିମ୍ବା https://cbse.gov.in କିମ୍ବା ଡିଜିଲକର ସାହାଯ୍ୟରେ ନିଜର ଫଳାଫଳ ପାଇ ପାରିିବେ ।
ଚଳିତ ବର୍ଷ କରୋନାର ଦ୍ୱିତୀୟ ଲହର ଯୋଗୁ ସିବିଏସ୍ଇ ଦଶମ ପରୀକ୍ଷା ହୋଇନଥିଲା । ପରୀକ୍ଷା ହେବ ନାହିଁ ବୋଲି ମେ’ ୪ ତାରିଖରେ ଘୋଷଣା କରାଯାଇଥିଲା । ପ୍ରଥମ ଥର ପାଇଁ ଅଗଷ୍ଟ ମାସରେ ସିବିଏସ୍ଇ ରେଜଲ୍ଟ ଘୋଷଣା କରାଯାଉଛି । ଲକ୍ଷାଧିକ ଛାତ୍ରଛାତ୍ରୀ ସେମାନଙ୍କ ପରୀକ୍ଷା ଫଳ ଆଜି ଜାଣିପାରିବେ । ପ୍ରି ବୋର୍ଡ ପରୀକ୍ଷା ରେଜଲ୍ଟ ହିସାବରେ ବିକଳ୍ପ ମୂଲ୍ୟାୟନ କରି ପରୀକ୍ଷା ଫଳ ପ୍ରକାଶ କରାଯାଉଛି । ଏହା ପୂର୍ବରୁ ଜୁଲାଇ ୩୦ରେ ସିବିଏସଇ ଦ୍ୱାଦଶ ପରୀକ୍ଷାଫଳ ପ୍ରକାଶ ପାଇଥିଲା । ୯୯.୬୭ ପ୍ରତିଶତ ଛାତ୍ରୀ ଏବଂ ୯୯.୧୩ ପ୍ରତିଶତ ଛାତ୍ର ପାସ୍ କରିଥିଲେ ।
କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷା ବାତିଲ କରାଯିବା ପରେ ବୋର୍ଡ ଦ୍ୱାରା ଗଠନ କରାଯାଇଥିବା ୧୩ ଜଣିଆ ପ୍ୟାନେଲ ଦ୍ୱାରା ନିର୍ଦ୍ଧାରିତ ମୂଲ୍ୟାଙ୍କନ ନୀତି ଆଧାରରେ ଫଳ ପ୍ରକାଶ ପାଇଥିଲା । ଗଠିତ ପ୍ୟାନେଲର ମୂଲ୍ୟାଙ୍କନ ନୀତି ମୁତାବକ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ୧୦ମ ଶ୍ରେଣୀ ଥିଓରିରୁ ୩୦ ପ୍ରତିଶତ, ଏକାଦଶ ଶ୍ରେଣୀ ପରୀକ୍ଷା ମାର୍କରୁ ୩୦ ପ୍ରତିଶତ ଓ ଦ୍ୱାଦଶ ଶ୍ରେଣୀ ମଧ୍ୟ ଅବଧି ପରୀକ୍ଷାରୁ ପ୍ରାପ୍ତ ମାର୍କରୁ ୪୦ ପ୍ରତିଶତ ଆଧାରରେ ଛାତ୍ରଛାତ୍ରୀଙ୍କୁ ମାର୍କ ଦିଆଯାଇଥିଲା ।
ବ୍ୟୁରୋରିପୋର୍ଟ ମୋ ଢେ଼ଙ୍କାନାଳ