Sunday, 06/October/2024 04:44
Mo Dhenkanal
ଢେଙ୍କାନାଳ ଖବର

ଢେଙ୍କାନାଳ ସିଭିଲ କୋର୍ଟ ପରିସରରେ ପ୍ରଥମ ରାଷ୍ଟ୍ରୀୟ ଲୋକଅଦାଲତ

ଢେଙ୍କାନାଳ ଜିଲ୍ଲାର ବିଭିନ୍ନ ଅଦାଲତରେ ପ୍ରଥମ ରାଷ୍ଟ୍ରୀୟଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ଜିଲ୍ଲା ଓ ଦୌରାଜଜ୍ ତଥା ଜିଲ୍ଲା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ଶ୍ରୀଯୁକ୍ତ ଶରତ କୁମାର ଦେହୁରୀ ଙ୍କ ତତ୍ତ୍ଵାବଧାନରେ ଢେଙ୍କାନାଳ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଅଛି । ଏହି ଲୋକ ଅଦାଲତରେ ଜିଲ୍ଲାର ସମସ୍ତ ଅଦାଲତର ମୋଟ ୨୧୫ଟି ମାମଲା ଫଏସଲା କରାଯାଇଅଛି । ସେଥିମଧ୍ୟରୁ ମୋଟ ୫୯ଟି, ବିବାହ ଏବଂ ପାରିବାରିକ ମାମଲା ୧୦ଟି, ଦେୱାନୀ ମାମଲା ୯୭ଟି, ବିଭିନ୍ନ ପ୍ରକାରର ପୌଜଦାରୀ ମାମଲା ୪୯ ଟି ଏବଂ ବ୍ୟାଙ୍କ ମାମଲା ଗୁଡିକ ଆପୋଷ ଭାବଟେ ସମାଧାନ କରାଯାଇଛି । ମୋଟର ଦୁର୍ଘଟଣାଜନିତ ପ୍ରାପ୍ୟବାବଦକୁ ଟ. ୨,୫୦, ୨୦,୦୦୦/ପ୍ରଦାନ କରାଯାଇଅଛି ଏବଂ ଅନ୍ୟାନ୍ୟ ମାମଲା ଗୁଡିକରେ ଜୋରିମାନା ଓ ବ୍ୟାକରଣ ଫଏଲ ବାବଦକୁ ଟ.୧,୨୩,୭୫,୭୬୮/- ଜିଲ୍ଲାର ସମସ୍ତ ଅଦାଲତ ମାନଙ୍କରେ ଆଦାୟ କରାଯାଇଅଛି ।

FB_IMG_1686103726896
Picsart_22-04-11_10-18-21-175

ଢେଙ୍କାନାଳ ସିଭିଲକୋର୍ଟ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଥିବା ରାଷ୍ଟ୍ରୀୟଲୋକ ଅଦାଲତରେ ସ୍ଥାୟୀ ଲୋକ ଅଦାଲତର ଅଧ୍ୟକ୍ଷ ଶ୍ରୀ ଅମିୟ କୁମାର ସାହୁ ,ପାରିବାରିକ ଅଦାଲତର ବିଚାରପତି ସୂର୍ଯ୍ୟନାରାୟଣ ଦ୍ବିବେଦି, ଅତିରିକ୍ତ ଜିଲ୍ଲାକକୁ ଶ୍ରୀ ରାକିଶୋର ମହାପାତ୍ର, ମୁଖ୍ୟ ବିଚାରବିଭାଗିୟ ମାଜିଷ୍ଟ୍ରେଟ୍ର ମୁକ୍ତିଙ୍ଗଳନ ଶତପଥୀ, ବରିଷ୍ଠ ଦେୱାନୀ ବିଚାରପତି ଶ୍ରୀ ସୁବାସ ଚନ୍ଦ୍ର ଧଳ, ଅତିରିକ୍ତ ବରିଷ୍ଟ ଦେୱାନୀ ଅଦାଲତ ବିଚାରପତି ଲୋପାମୁଦ୍ରା ପଣ୍ଡା, ବରିଷ୍ଠ ଦେୱାନୀ ଅଦାଲତ (ଏଲ.ଆର.ଏଲ. ଟି.ଭି) ବିଚାରପତି ଶ୍ରୀ ସୁଶିଲ କୁମାର ସାହୁ, ବରିଷ୍ଠ ଦେୱାନୀ ବିଚାରପତି(ମହିଳା ଅଦାଲତ) ଶ୍ରୀମତୀ ସାବିତ୍ରୀ ନାୟକ, ଭାରାପ୍ରାପ୍ତ ଉପଖଣ୍ଡ ବିଚାରବିଭାଗିୟ ମାଜିଷ୍ଟ୍ରେଟ ଶ୍ରୀମତି ରାଜଶ୍ରୀ ଆର୍ଯ୍ୟବାଳା ତ୍ରିପାଠୀ, ପ୍ରଥମ ଶ୍ରେଣୀ ବିଚାରବିଭାଗିୟ ମାଜିଷ୍ଟ୍ରେଟ ମୌତ୍ରୀସାମନ୍ତରାୟ, ନିଶ ଅଗ୍ରୱାଲ ଓ ଶ୍ରୀମୟୀ ନନ୍ଦ ବିଭିନ୍ନ ଅଦାଲତ ଗୁଡିକ ପରିଚାଳନା କରିଥିଲେ ।

IMG-20230205-WA0003
Picsart_22-04-11_10-18-21-175

ଭକ୍ତଲୋକଅଦାଲତ ରେ ରେଜିଷ୍ଟ୍ରର ସିଭିଲକୋର୍ଟ ଶ୍ରୀ ଚିନ୍ମୟ ମିଶ୍ର ଉପସ୍ଥିତ ଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ତଥା ପ୍ରାୟୀ ଏବଂ ନିରନ୍ତରଲୋକ ଅଦାଲତର ବିଚାରପତି ଶ୍ରୀ ସୁକାନ୍ତ କିଶୋର ଜେନା, ସରକାରୀ ଆଇନଜୀବି ଶ୍ରୀ ପତିତପାବନ ମହାପାତ୍ର, କଳସିଲିଏଟର, ସ୍ଥାୟୀ ଏବଂ ନିରନ୍ତରଲୋକ ଅଦାଲତ ସୁଭାସିନି ମହାକୁଡ, ସ୍ଥାୟୀ ଏବଂ ନିରନ୍ତରଲୋକ ଅଦାଲତକୁ ପରିଚାଳନା କରିଥିଲେ । ଜିଲ୍ଲା ଆଇନ୍ ସେବା ପ୍ରାଧିକରଣଙ୍କ ପ୍ୟାନେଲଲୟର, ପି.ଏଲ. ଭି., ଜିଲ୍ଲା ଆଇନ ସେବା ପ୍ରାଧିକରଣ ଓ ସିଭିଲକୋର୍ଟ ର ସମସ୍ତ କର୍ମଚାରୀ ଉପରୋକ୍ତ ଲୋକ ଅଦାଲତକୁ ସୁଚାରରପେ ପରିଚାଳନାକରିବାରେ ସହାୟତ କରିଥିଲେ।

Picsart_22-04-11_10-18-21-175

Related posts

ଢେଙ୍କାନାଳ ମହିଳା ମହାବିଦ୍ୟାଳୟରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ।

Mo Dhenkanal

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ :ଢେଙ୍କାନାଳରେ ୯୫.୧୨% ପାସ ହାର, ୧୧:୩୦ରେ ୱେବସାଇଟ୍‌ରେ ପରୀକ୍ଷା ଫଳ ଦେଖିପାରିବେ ଛାତ୍ରଛାତ୍ରୀ ।

Mo Dhenkanal

ଆଜି ପୂର୍ବାହ୍ନରେ ମାଟ୍ରିକ, ଅପରାହ୍ନରେ ଯୁକ୍ତ ୨ ଫଳାଫଳ।

Mo Dhenkanal

Leave a Comment

three × 4 =