Sunday, 06/October/2024 03:19
Mo Dhenkanal
ଢେଙ୍କାନାଳ ଖବର

ଢେଙ୍କାନାଳ ସିଭିଲ୍‌ କୋର୍ଟ ପରିସରରେ ଜିଲ୍ଲା ସ୍ତରୀୟ ଲୋକ ଅଦାଲତ ।

ଜିଲ୍ଲାର ବିଭିନ୍ନ ଅଦାଲତରେ ଜିଲ୍ଲା ସ୍ତରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ଜିଲ୍ଲା ଓ ଦୌରାଜଜ୍ ତଥା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅଧ୍ୟକ୍ଷ ଶ୍ରୀଯୁକ୍ତ ଜଗଦିଶ୍ ପ୍ରସାଦ ମାହାନ୍ତି ଙ୍କ ତତ୍ତ୍ଵାବଧାନରେ ଢେଙ୍କାନାଳ ସିଭିଲ୍‌କୋର୍ଟ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଅଛି ।

FB_IMG_1686103726896
Picsart_22-04-11_10-18-21-175

ଏହି ଲୋକ ଅଦାଲତରେ ଜିଲ୍ଲାର ସମସ୍ତ ଅଦାଲତର ମୋଟ ୧୬୭୩ ଟି ମାମଲା ଫଏସଲା କରାଯାଇଅଛି । ସେଥିମଧ୍ୟରୁ ମୋଟର ଦୁର୍ଘଟଣାଜନିତ ୧୨ଟି, ବିବାହ ଏବଂ ପାରିବାରିକ ମାମଲା ୬ଟି, ଦେୱାନୀ ମାମଲା ୬ଟି, ରାଜସ ମାମଲା ୧୬୪୯ଟି ସମାଧାନ କରାଯାଇଛି ।

IMG-20230205-WA0003
Picsart_22-04-11_10-18-21-175

ମୋଟର ଦୁର୍ଘଟଣାଜନିତ ପ୍ରାପ୍ୟବାବଦକୁ ଟ.୬୬,୪୫,୦୦୦ /- ପ୍ରଦାନ କରାଯାଇଅଛି ଏବଂ ଅନ୍ୟାନ୍ୟ ମାମଲା ଗୁଡିକରେ ଜୋରିମାନା ଓ ବ୍ୟାଙ୍କ ଋଣ ଫଏସଲା ବାବଦକୁ ଟ.୬,୩,୩୨୦ /– ଜିଲ୍ଲାର ସମସ୍ତ ଅଦାଲତ ମାନଙ୍କରେ ଆଦାୟ କରାଯାଇଅଛି ।

Picsart_22-04-11_10-18-21-175

ଢେଙ୍କାନାଳ ସିଭିଲ୍‌କୋର୍ଟ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଥିବା ଜିଲ୍ଲା ସ୍ତରୀୟ ଲୋକ ଅଦାଲତରେ ପାରିବାରିକ ଅଦାଲତର ବିଚାରପତି ଶ୍ରୀ ସୂର୍ଯ୍ୟନାରାୟଣ ଦ୍ବିବେଦି, ଅତିରିକ୍ତ ଜିଲ୍ଲାଜଜ୍ ଡ. ଜୀବନଜ୍ୟୋତି ରଥ, ବରିଷ୍ଟ ଦେଓାନୀବିଚାରପତି ଶ୍ରୀମତି ସତରୂପା ଶତପଥୀ, ପ୍ରଥମ ଶ୍ରେଣୀ ବିଚାରବିଭାଗିୟ ମାଜିଷ୍ଟ୍ରେଟ ସୁଧାଶ୍ରୀ ସୁଝଳିଆ, ଗାର୍ଗୀ ରାୟ ବିଭିନ୍ନ ଅଦାଲତ ଗୁଡିକ ପରିଚାଳନାକରିଥିଲେ ।

ଉକ୍ତଲୋକଅଦାଲତ ରେ ରେଜିଷ୍ଟ୍ରାର ସିଭିଲକୋର୍ଟ ଶ୍ରୀମତି ଅଳକାନନ୍ଦା ମହାନ୍ତି ଉପସ୍ଥିତ ଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ତଥା ସ୍ଥାୟୀ ଏବଂ ନିରନ୍ତରଲୋକ ଅଦାଲତର ବିଚାରପତି ଶ୍ରୀମତି ମମିତା ସାହୁ ସ୍ଥାୟୀ ଏବଂ ନିରନ୍ତରଲୋକ ଅଦାଲତକୁ ପରିଚାଳନା କରିଥିଲେ। ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ପ୍ୟାନେଲଲୟର, ପି.ଏଲ. ଭି., ଜିଲ୍ଲା ଆଇନ ସେବା ପ୍ରାଧିକରଣ ଓ ସିଭିଲ୍‌କୋର୍ଟ ର ସମସ୍ତକର୍ମଚାରୀ ଉପରୋକ୍ତ ଲୋକ ଅଦାଲତକୁ ସୁଚାରରପେ ପରିଚାଳନାକରିବାରେ ସହାୟତା କରିଥିଲେ ।

ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ

Related posts

ଢେଙ୍କାନାଳ ମହିଳା ମହାବିଦ୍ୟାଳୟରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ।

Mo Dhenkanal

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ :ଢେଙ୍କାନାଳରେ ୯୫.୧୨% ପାସ ହାର, ୧୧:୩୦ରେ ୱେବସାଇଟ୍‌ରେ ପରୀକ୍ଷା ଫଳ ଦେଖିପାରିବେ ଛାତ୍ରଛାତ୍ରୀ ।

Mo Dhenkanal

ଆଜି ପୂର୍ବାହ୍ନରେ ମାଟ୍ରିକ, ଅପରାହ୍ନରେ ଯୁକ୍ତ ୨ ଫଳାଫଳ।

Mo Dhenkanal

Leave a Comment

four × one =