Sunday, 06/October/2024 04:00
Mo Dhenkanal
ଢେଙ୍କାନାଳ ଖବର

ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସରଗିଫୁଲ -୨୦୨୨ମହା ସମାରୋହରେ ପାଳିତ

ଢେଙ୍କାନାଳ : ଅନୁସୂଚିତ ଜନଜାତି ଓ ଅନସୂଚିତ ଜାତି ଉନ୍ନୟନ ବିଭାଗ ତରଫରୁ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସରଗିଫୁଲ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକର ଆଲୁଅଝରଣ ଆଶ୍ରମ ବିଦ୍ୟାଳୟ ଠାରେ ମହା ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ପରମାନନ୍ଦ ପୃଷ୍ଟି ଏହି ଉତ୍ସବରେ ସଭାପତିତ୍ବ କରିଥିଲେ ।

FB_IMG_1686103726896
Picsart_22-04-11_10-18-21-175

ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରମେଶ ଚନ୍ଦ୍ର ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଆନୁଷ୍ଠାନିକ ଭାବେ ସରଗିଫୁଲ ମହୋତ୍ସବକୁ ଉଦ୍‌ଘାଟନ କରିଥିଲେ ।

IMG-20230205-WA0003
Picsart_22-04-11_10-18-21-175

କୋମଳମତି ଶିଶୁ ମାନଙ୍କର ସୃଜନଶୀଳ ପ୍ରତିଭାର ବିକାଶ ପାଇଁ ଏହା ସରକାରଙ୍କର ଏକ ଅଭିନବ ପ୍ରୟାସ ଏବଂ ସମସ୍ତ ଛାତ୍ରଛାତ୍ରୀ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷତା ହାସଲ କରିବାପାଇଁ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ ।

Picsart_22-04-11_10-18-21-175

ମୁଖ୍ୟ ବକ୍ତା ଭାବେ ଯୋଗଦାନ କରି କାମାକ୍ଷାନଗର ଉପଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ସାହୁ ଶିକ୍ଷକ ଶିକ୍ଷୟିତ୍ରୀମାନେ ଶିକ୍ଷାର ଗୁଣାତ୍ମକ ମାନକୁ ବୃଦ୍ଧି କରିବା ଏବଂ ଛାତ୍ରଛାତ୍ରୀମାନଙ୍କୁ ପଠନପ୍ରିୟ ହେବାକୁ ଉପଦେଶ ଦେଇଥିଲେ । ଜିଲ୍ଲା ଶିକ୍ଷା ନିରୀକ୍ଷକ ଶ୍ରୀ ପ୍ରଭାତ କୁମାର ସାହୁ ଛାତ୍ରଛାତ୍ରୀମାନଙ୍କୁ ଉତମ ଚରିତ୍ର ଗଠନ ଏବଂ ସୁ ନାଗରିକ ହେବାକୁ ପରାମର୍ଶ ଦେଇଥିଲେ । ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ରୁଦ୍ର ପ୍ରସନ୍ନ ପରିଜା ଧନ୍ୟବାଦ ଅର୍ପଣ କରିଥିଲେ ।

ଅପରାହ୍ନରେ ଉଦ୍‌ଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠୀ ଏହି ଜିଲ୍ଲା ସ୍ତରୀୟ ମହୋତ୍ସବ ଆୟୋଜନର ଉଚ୍ଚ ପ୍ରଶଂସା କରିବା ସହିତ ଛାତ୍ରଛାତ୍ରୀମାନଙ୍କୁ ସଫଳ ମଣିଷ ହେବାପାଇଁ ମୂଲ୍ୟବାନ ପରାମର୍ଶ ଦେଇଥିଲେ । ମୁଖ୍ୟ ବକ୍ତା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର ଛାତ୍ରଛାତ୍ରୀମାନେ କଠୋର ପରିଶ୍ରମ କରି ସଫଳତାର ଶୀର୍ଷରେ ପହଂଚିବାକୁ ପରାମର୍ଶ ଦେଇଥିଲେ । କାମାକ୍ଷାନଗର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ବିକାଶ କୁମାର ମହାନ୍ତି ଏବଂ ତହସିଲଦାର ଶ୍ରୀମତୀ ସଂଧାଞ୍ଜଳୀ ମାଝୀ କାମାକ୍ଷାନଗର ବ୍ଲକରେ ଆୟୋଜିତ କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିଥିଲେ ।

ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟ ଅତିଥି ସମ୍ମାନନୀୟ ଜିଲ୍ଲାପାଳ ପୁରସ୍କାର ପ୍ରଦାନ କରିଥିଲେ । ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ଚିତାକର୍ଷକ ସାଂସ୍କୃତିକ କର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ ।

Related posts

ଢେଙ୍କାନାଳ ମହିଳା ମହାବିଦ୍ୟାଳୟରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ।

Mo Dhenkanal

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ :ଢେଙ୍କାନାଳରେ ୯୫.୧୨% ପାସ ହାର, ୧୧:୩୦ରେ ୱେବସାଇଟ୍‌ରେ ପରୀକ୍ଷା ଫଳ ଦେଖିପାରିବେ ଛାତ୍ରଛାତ୍ରୀ ।

Mo Dhenkanal

ଆଜି ପୂର୍ବାହ୍ନରେ ମାଟ୍ରିକ, ଅପରାହ୍ନରେ ଯୁକ୍ତ ୨ ଫଳାଫଳ।

Mo Dhenkanal

Leave a Comment

4 × 3 =