ଜିଲ୍ଲା କାର୍ଯ୍ୟାଳୟ ସ୍ଥିତ ଓସ ୱାନ ହଲଠାରେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠୀ ଜିଲ୍ଲାର କୋଭିଡ ପରିଚାଳନାର ସମୀକ୍ଷା କରିଛନ୍ତି । ଆଗାମୀ ଦିନରେ ଶିଶୁମାନେ କୋଭିଡରେ ଅଧିକ ଆକ୍ରାନ୍ତ ହେବାର ଆଶଙ୍କା ଥିବାରୁ ଓ ଅଭିଭାବକମାନେ ନିଜର ପିଲାମାନଙ୍କ ସ୍ୱାସ୍ଥ୍ୟପ୍ରତି ଅଧିକ ଯତ୍ନ ବାନ ହେବାକୁ ପରାମର୍ଶ ଦେବା ସହ ସ୍ୱାସ୍ଥ୍ୟ କର୍ମୀ, ଅଙ୍ଗନବାଡି କର୍ମୀ, ଆଶାକର୍ମୀମାନେ ମଧ୍ୟ ଶିଶୁମାନଙ୍କୁ ଚିହ୍ନଟ କରି ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ସମ୍ପର୍କରେ ସଜାଗ ରହିବାକୁ କହିଛନ୍ତି । ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ନିମନ୍ତେ ସ୍ବାସ୍ଥ୍ୟ ଅଧିକାରୀମାନେ ସଂପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ସେ ପରାମର୍ଶ ଦେଇଛନ୍ତି । ତୃତୀୟ ଲହରର ଉଚିତ ମୁକାବିଲା ନିମନ୍ତେ ବିଡ଼ିଓ, ତହସିଲଦାର, ସିଡିପିଓ ମାନେ ଡାକବାଜି ଯନ୍ତ୍ର ମାଧ୍ୟମରେ ଜନସଚେତନତା କରିବାକୁ ପରାମର୍ଶ ଦେଇଛନ୍ତି । ସମ୍ପ୍ରତି ହାଇ ସ୍କୁଲକୁ ଆସୁଥିବା ଛତ୍ରଛାତ୍ରୀମାନଙ୍କର ଆଣ୍ଟିଜେନ ଏବଂ ଆରଟି ପିସିଆର ଟେଷ୍ଟର ବ୍ୟବସ୍ଥା କରିବାକୁ କହିଛନ୍ତି । ନିୟମିତ ଭାବେ ଆଣ୍ଟିଜେନ ଏବଂ ଆରଟି ପିସିଆର ଟେଷ୍ଟ ହେଲେ ସଂକ୍ରମିତମାନେ ଚିହ୍ନଟ ହେବା ସହିତ ସଂକ୍ରମଣକୁ ରୋକା ଯାଇ ହ୍ରାସ କରାଯାଇପାରିବ ବୋଲି ସେ ପ୍ରକାଶ କରିଛନ୍ତି । ସଚେତନ ହୋଇ ଆନ୍ତରିକତା ସହିତ ସାମୁହିକ ଉଦ୍ୟମ କଲେ ଜିଲ୍ଲାରୁ କରୋନା ସଂକ୍ରମଣ ଦୂର ହୋଇ କୋଭିଡ ମୁକ୍ତ ହୋଇପାରିବ ବୋଲି ଜିଲ୍ଲାପାଳ ମତ ବ୍ୟକ୍ତ କରିଛନ୍ତି ସେଥିପାଇଁ ଜିଲ୍ଲାପାଳ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି ।
ଆଗାମୀ ଦିନରେ ଜିଲ୍ଲାରେ ଟୀକାକରଣ କାର୍ଯ୍ୟକ୍ରମ ସମ୍ପର୍କରେ ବୈଠକରେ ବିଷଦ ଆଲୋଚନା ହୋଇଥିଲା ଆଗାମୀ ଡିସେମ୍ବର ମାସ ସୁଦ୍ଧା ସମସ୍ତ ଜିଲ୍ଲାବାସୀଙ୍କ ଟୀକାକରଣ କରାଯିବାକୁ ଲକ୍ଷ୍ୟ ରହିଛି । ଜିଲ୍ଲାରେ ଟୀକାକରଣକୁ ବ୍ୟବସ୍ଥିତ କରିବା ସହିତ ଏହି ସମୟରେ ଜନସାଧାରଣ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିପ୍ରତି ବିଶେଷ ଧ୍ୟାନ ଦେବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ କହିଛନ୍ତି ।
ଏହି ଭିସି ସମୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶଶାଙ୍କ ଶେଖର ଦାଶ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସାଫଲ୍ୟ ମଣ୍ଡିତ ପ୍ରଧାନ, ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ ଡାକ୍ତର ଜ୍ୟୋତିଷ ଚନ୍ଦ୍ର ମହାପାତ୍ର, ଆପତ କାଳିନ ଅଧିକାରୀ ଶ୍ରୀ ସ୍ମୃତି ରଞ୍ଜନ ମହାପାତ୍ର, ଏନ.ଏଚ.ଏମ., ଡି.ପି.ଏମ., ସୋନାଲୀ ପ୍ରିୟଦର୍ଶିନୀ , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ଜ୍ୟୋସ୍ନା ରାୟ, ପୌର ନିର୍ବାହୀ ଅଧିକାରୀ ଶ୍ରୀ ଅତନୁ କୁମାର ସାମନ୍ତ ପ୍ରମୁଖ ଉପସ୍ଥିତ ଥିଲେ ।
ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ