Monday, 07/October/2024 10:48
Mo Dhenkanal
ଢେଙ୍କାନାଳ ଖବର

ପୌର ନିର୍ବାଚନ ପାଇଁ ପ୍ରସ୍ତୁତ ରାଜ୍ୟ ସରକାର, ୩ ମହାନଗର ନିଗମ, ୧୦୭ ପୌର ସଂସ୍ଥା ପାଇଁ ବିଜ୍ଞପ୍ତି !

ପଞ୍ଚାୟତ ନିର୍ବାଚନ ପରେ ରାଜ୍ୟରେ ଯେକୌଣସି ମୁହୂର୍ତ୍ତରେ ପୌର ନିର୍ବାଚନ ଘୋଷଣା ହୋଇପାରେ। ଏଥିପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଛନ୍ତି। ବୁଧବାର ଏ ନେଇ ରାଜ୍ୟ ସରକାର ରାଜ୍ୟ ନିର୍ବାଚନ କମିଶନରଙ୍କୁ ଅବଗତ କରାଇଛନ୍ତି ।

FB_IMG_1686103726896
Picsart_22-04-11_10-18-21-175

ଏଥିସହିତ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ୩ ମହାନଗର ନିଗମ ଓ ୧୦୭ ପୌରାଞ୍ଚଳରେ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି ହୋଇଛି । କଟକ, ଭୁବନେଶ୍ୱର ଓ ବ୍ରହ୍ମପୁର ମହାନଗର ନିଗମ ସହ ୧୦୭ ମ୍ୟୁନିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି)ରେ ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ସକାଶେ ସମସ୍ତ ଜିଲାରୁ ବଛା ବଛା ମାଷ୍ଟର ଟ୍ରେନରମାନଙ୍କର ୨ ଦିନିଆ ଇଭିଏମ୍‌ ତାଲିମ କାର୍ଯ୍ୟକ୍ରମ ଶେଷ ହୋଇଛି । ପୌର ନିର୍ବାଚନ ପାଇଁ ୱାର୍ଡ ପୁନର୍ଗଠନ, ବୁଥ୍‌ ଓ ଭୋଟର ତାଲିକା ପ୍ରସ୍ତୁତି ଇତ୍ୟାଦି କାର୍ଯ୍ୟକୁ କମିଶନର ଅନୁମୋଦନ କରିସାରିଛନ୍ତି । ପୌର ନିର୍ବାଚନ ନିମନ୍ତେ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା କମିଶନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

IMG-20230205-WA0003
Picsart_22-04-11_10-18-21-175

ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ

Picsart_22-04-11_10-18-21-175

Related posts

ଢେଙ୍କାନାଳ ମହିଳା ମହାବିଦ୍ୟାଳୟରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ।

Mo Dhenkanal

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ :ଢେଙ୍କାନାଳରେ ୯୫.୧୨% ପାସ ହାର, ୧୧:୩୦ରେ ୱେବସାଇଟ୍‌ରେ ପରୀକ୍ଷା ଫଳ ଦେଖିପାରିବେ ଛାତ୍ରଛାତ୍ରୀ ।

Mo Dhenkanal

ଆଜି ପୂର୍ବାହ୍ନରେ ମାଟ୍ରିକ, ଅପରାହ୍ନରେ ଯୁକ୍ତ ୨ ଫଳାଫଳ।

Mo Dhenkanal

Leave a Comment

9 − 3 =