Monday, 22/April/2024 03:17
Mo Dhenkanal
ଢେଙ୍କାନାଳ ଖବର

ଗ୍ରାମ୍ୟ  ଉନ୍ନୟନ ସଂସ୍ଥାର ନୂତନ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଯୋଗଦେଲେ ସାଫଲ୍ୟ ମଣ୍ଡିତ ପ୍ରଧାନ

ଢେଙ୍କାନାଳ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ନୂତନ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ସାଫଲ୍ୟ ମଣ୍ଡିତ ପ୍ରଧାନ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଏହା ପୂର୍ବରୁ ଶ୍ରୀ ପ୍ରଧାନ ଢେଙ୍କାନାଳ ସଦର ଉପଖଣ୍ଡର ଉପଜିଲ୍ଲାପାଳ ଓ ଦେବୋତର ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ । ରାଜ୍ୟ ସରକାରଙ୍କ ପତ୍ର ସଂ.ଜିଏଡି-ଏସଇଆର୨-ଟିପି-୦୦୦୩-୨୦୨୦-୨୧-୧୯୯୨୪/ଏସସିଏସ ଅନୁଯାୟୀ ଜିଲ୍ଲାରେ କାର୍ଯ୍ୟ କରୁଥିବା ପ୍ରକଳ୍ପ ନିର୍ଦ୍ଦେଶକ ନରୋତମ ବେହେରା ପଦୋନ୍ନତି ପାଇ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇ ଦାୟିତ୍ୱ ଗ୍ରହଣ କରିଛନ୍ତି । ତେବେ ସେହି ନିର୍ଦ୍ଦେଶ ଅନୁସାରେ ପତ୍ର ସଂ. ୧୯୯୨୭ /ଏସସିଏସ ଅନୁଯାୟୀ ସାଫଲ୍ୟ ମଣ୍ଡିତ ପ୍ରଧାନ ଢେଙ୍କାନାଳ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ପଦୋନ୍ନତି ପାଇଥିଲେ । ତଦନୁଯାୟୀ ଆଜି ମହିଷାପାଟ ସ୍ଥିତ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା କାର୍ଯ୍ୟାଳୟକୁ ଯାଇ ପ୍ରକଳ୍ପ ନିର୍ଦ୍ଦେଶକ ଦାୟିତ୍ୱ ଗ୍ରହଣ କରିଛନ୍ତି ।

FB_IMG_1686103726896
Picsart_22-04-11_10-18-21-175

ବ୍ୟୁରୋ ରିପୋର୍ଟ ମୋ ଢେ଼ଙ୍କାନାଳ

IMG-20230205-WA0003
Picsart_22-04-11_10-18-21-175
Picsart_22-04-11_10-18-21-175

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

eighteen + 7 =