Monday, 07/October/2024 11:53
Mo Dhenkanal
ଢେଙ୍କାନାଳ ଖବର

ଏହି ପୌର ନିର୍ବାଚନରେ ଭୋଟିଂ ବେଳେ ଇଭିଏମରେ ରହିବ NOTA

ଆଗାମୀ ପୌରସଂସ୍ଥା ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ରାଜ୍ୟର ୧୦୭ଟି ପୌରସଂସ୍ଥା ଓ ୩ଟି ମହାନଗର ନିଗମର ମୋଟ ୪୫୮୪ଟି ବୁଥରେ ଇଭିଏମ୍ ମାଧ୍ୟମରେ ଭୋଟ ଗ୍ରହଣ କରାଯିବା ସହ ପ୍ରଥମ ଥର ପାଇଁ ପୌରସଂସ୍ଥା ନିର୍ବାଚନରେ ନୋଟା(NOTA (Non of the above)) ବ୍ୟବହାର ହେବ । ବାଲାଟ୍ ପେପରର ସବାଶେଷରେ ନୋଟା ବଟନ୍ ରହିବ । ନିର୍ବାଚନ ମଇଦାନରେ ଭୋଟରଙ୍କ ମନ ପସନ୍ଦର ପ୍ରାର୍ଥୀ ନଥିଲେ ଭୋଟରମାନେ ନୋଟା ବ୍ୟବହାର କରିପାରିବେ ।

FB_IMG_1686103726896
Picsart_22-04-11_10-18-21-175

ପୌର ନିର୍ବାଚନ ପାଇଁ ପ୍ରତ୍ୟେକ ବୁଥରେ ଦୁଇଟି ଲେଖାଏଁ ଇଭିଏମ୍ ରହିବ । ସେଥିରୁ ଗୋଟିଏ କର୍ପୋରେଟର / କାଉନ୍‌ସିଲର ନିର୍ବାଚନ ପାଇଁ ଓ ଅନ୍ୟଟି ଅଧ୍ୟକ୍ଷ । ମେୟର ନିର୍ବାଚନ ପାଇଁ ବ୍ୟବହୃତ ହେବ । କର୍ପୋରେଟର / କାଉନ୍ସିଲର ପ୍ରାର୍ଥୀମାନଙ୍କ ପାଇଁ ଗୋଲାପି ରଙ୍ଗର ବାଲାଟ୍ ପେପର ଓ ଅଧକ୍ଷ । ମେୟର ପ୍ରାର୍ଥୀମାନଙ୍କ ପାଇଁ ହଳଦିଆ ରଙ୍ଗର ବାଲାଟ୍ ପେପର ନିର୍ବାଚନରେ ବ୍ୟବସ୍ଥା କରାଯିବ । ଏତଦ୍‌ବ୍ୟତୀତ ଭୋଟରମାନଙ୍କ ସୁବିଧା ନିମନ୍ତେ କର୍ପୋରେଟର / କାଉନ୍‌ସିଲର ପ୍ରାର୍ଥୀମାନଙ୍କ ପାଇଁ ଉଦ୍ଦିଷ୍ଟ
ଇଭିଏମ୍ ଉପରେ ଗୋଲାପି ରଙ୍ଗର ଗୋଲ ଷ୍ଟିକର ଓ ଅଧକ୍ଷ ମେୟର ପ୍ରାର୍ଥୀମାନଙ୍କ ପାଇଁ ଉଦ୍ଦିଷ୍ଟ ଇଭିଏମ୍ ଉପରେ ହଳଦିଆ ରଙ୍ଗର ଗୋଲ ଷ୍ଟିକର ଲଗାଯିବ ।

IMG-20230205-WA0003
Picsart_22-04-11_10-18-21-175

ଏହା ଦ୍ଵାରା କେଉଁ ପ୍ରାର୍ଥୀଙ୍କୁ କେଉଁ ଇଭିଏରେ ଭୋଟ ଦେବାକୁ ହେବ, ତାହା ସହଜରେ ଭୋଟରମାନେ ଜାଣିପାରିବେ । ପ୍ରତ୍ୟେକ ବୁଥ ମଧ୍ୟରେ ମତଦାନ କରିବା ନିମନ୍ତେ ଦୁଇଟି ମତଦାନ ପ୍ରକୋଷ୍ଠ ରହିଛି । ପ୍ରଥମେ ଭୋଟରମାନେ ପ୍ରଥମ ପ୍ରକୋଷ୍ଠକୁ ଯାଇ ଆଗ ଅଧ୍ୟକ୍ଷ | ମେୟର ପଦବୀ ନିମନ୍ତେ ଥିବା ପ୍ରାର୍ଥୀଙ୍କୁ ମତଦାନ କରିସାରି ଦ୍ବିତୀୟ
ପ୍ରକୋଷ୍ଠକୁ ଯିବେ ଓ ସେଠାରେ କର୍ପୋରେଟର / କାଉନ୍ସିଲର ପଦବୀ ନିମନ୍ତେ ଥିବା ପ୍ରାର୍ଥୀଙ୍କୁ ମତଦାନ କରିବେ ବୋଲି ନିର୍ବାଚନ କମିଶନ ନିଷ୍ପତ୍ତି ନେଇଛନ୍ତି ।

Picsart_22-04-11_10-18-21-175

ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ

Related posts

ଢେଙ୍କାନାଳ ମହିଳା ମହାବିଦ୍ୟାଳୟରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ।

Mo Dhenkanal

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ :ଢେଙ୍କାନାଳରେ ୯୫.୧୨% ପାସ ହାର, ୧୧:୩୦ରେ ୱେବସାଇଟ୍‌ରେ ପରୀକ୍ଷା ଫଳ ଦେଖିପାରିବେ ଛାତ୍ରଛାତ୍ରୀ ।

Mo Dhenkanal

ଆଜି ପୂର୍ବାହ୍ନରେ ମାଟ୍ରିକ, ଅପରାହ୍ନରେ ଯୁକ୍ତ ୨ ଫଳାଫଳ।

Mo Dhenkanal

Leave a Comment

18 + 17 =