Monday, 22/April/2024 01:31
Mo Dhenkanal
ଢେଙ୍କାନାଳ ଖବର

ଢେଙ୍କାନାଳ ଗଜଲକ୍ଷ୍ମୀ ପୂଜା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ !

ଢେଙ୍କାନାଳ, ତା ୧୭.୦୯.୨୦୨୨ – ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟ।ଳୟସ୍ଥ ସଦଭାବନା ସଭାଗୃହରେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷ ଢେଙ୍କାନାଳ ସହରରେ ଗଜଲକ୍ଷ୍ମୀ ପୂଜା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଅଛି । ଗଜଲକ୍ଷ୍ମୀ ପୂଜା ଆସନ୍ତା ମାସ ୯ ତାରିଖରୁ ଆରମ୍ଭ କରାଯାଇ ୧୯ ତାରିଖ ଦିନ ଭସାଣି ଉତ୍ସବ ଅନୁଷ୍ଠିତ ହେବ ।

FB_IMG_1686103726896
Picsart_22-04-11_10-18-21-175

ଢେଙ୍କାନାଳର ଗଣପର୍ବ ଗଜଲକ୍ଷ୍ମୀ ପୂଜାକୁ ଶାନ୍ତି ଶୃଙ୍ଖଳା ଓ ଭାଇଚାରା ମଧ୍ଯରେ ଅଧିକ ସରସ ସୁନ୍ଦର କରି ଆୟୋଜନ କରିବାକୁ ଜିଲ୍ଲାପାଳ ସମସ୍ତଙ୍କୁ ନିବେଦନ କରିଛନ୍ତି । ଜାତି, ଧର୍ମ, ବର୍ଣ୍ଣ, ନିର୍ବିଶେଷରେ ସମସ୍ତ ଜନସାଧାରଣ ସହଯୋଗ କରି ଢେଙ୍କାନାଳର ସ୍ବତନ୍ତ୍ର ଐତିହ୍ୟ, ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖୀବାକୁ ସେ କହିଛନ୍ତି । ଶିଶୁ, ବୃଦ୍ଧ ଏବଂ ହୃଦରୋଗୀମାନଙ୍କର ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ଭସାନି ଉତ୍ସବ ସମୟରେ ଡିଜେ ସାଉଣ୍ଡ ବ୍ୟବହାର ନକରି ପାରମ୍ପରିକ ବାଦ୍ୟଯନ୍ତ୍ର ଆଦି ବ୍ୟବହାର କରିବାକୁ ସେ ପରାମର୍ଶ ଦେଇଛନ୍ତି ।

IMG-20230205-WA0003
Picsart_22-04-11_10-18-21-175

ଢେଙ୍କାନାଳ ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜାରେ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥା କରାଯିବା ସହିତ ଶାନ୍ତି ଶୃଙ୍ଖଳା ରକ୍ଷା ନିମନ୍ତେ ସମସ୍ତ ପ୍ରକାରର ବ୍ୟବସ୍ଥା କରାଯିବ ବୋଲି ଆରକ୍ଷୀ ଅଧୀକ୍ଷକ ଶ୍ରୀମତୀ ଲୋଗାନୟାଗୀ ଦିବ୍ୟା ଭି. ପ୍ରକାଶ କରିଛନ୍ତି ।

Picsart_22-04-11_10-18-21-175

ଲକ୍ଷ୍ମୀ ପୂଜା ଢେଙ୍କାନାଳର ଗଣପର୍ବ, ଏହା ଢେଙ୍କାନାଳର ଗର୍ବ ଓ ଗୌରବର ବିଷୟ । ଏଣୁ ଏହି ପାର୍ବଣକୁ ଶାନ୍ତି ଶୃଙ୍ଖଳାର ସହିତ ଆୟୋଜନ କରି ଉପଭୋଗ କରିବାକୁ ମିଳିତ ବଜାର ଲକ୍ଷ୍ମୀପୂଜା କମିଟିର ସଭାପତି ଶ୍ରୀ ଗୋପାଳ ଚନ୍ଦ୍ର ପାତ୍ର ସମସ୍ତ କର୍ମ କର୍ତ୍ତାମାନଙ୍କୁ ନିବେଦନ କରିଥିଲେ ଏବଂ ଜିଲ୍ଲାପ୍ରଶାସନର ପୂର୍ଣ୍ଣ ସହଯୋଗ କାମନା କରିଥିଲେ ।

ଏହି ପୂଜା ସମୟରେ ପ୍ରତ୍ୟେକ ପୂଜା ପ୍ରତିଷ୍ଠାନରେ ପୋଲିସ ମୁତୟନ ସହ ଟ୍ରାଫିକ ନିୟନ୍ତ୍ରଣର ବ୍ୟବସ୍ଥା, ସହରକୁ ପରିଷ୍କାର ପରିଚ୍ଛନ, ନାଳ ନର୍ଦ୍ଦମା ସଫା, ଷ୍ଟୀଟ ଲାଇଟର ବ୍ୟବସ୍ଥା, ଅଧିକ ପାନୀୟ ଜଳ ଯୋଗାଣ, ଡ୍ରେନ ଓ ରାସ୍ତା ମରାମତି,ବୁଲା ଗୋରୁଗାଇ, ଷଣ୍ଢଙ୍କୁ ରାସ୍ତାରୁ ହଟାଯିବା ଯିବା, ରାସ୍ତା ଅବରୋଧ ହଟାଯିବା, ପାର୍କିଂ ବ୍ୟବସ୍ଥା, ଅଗ୍ନିଶମ ବ୍ୟବସ୍ଥା, ୨୪ ଘଣ୍ଟିଆ ଆଶୁ ଚିକିତ୍ସା ବ୍ୟବସ୍ଥା ଓ ଜରୁରୀ ଚିକିତ୍ସା ସେବା ନିମନ୍ତେ ମୋବାଇଲ ଭ୍ୟାନ ମୁତୟନ, ପରିସ୍ରାଗାର ବ୍ୟବସ୍ଥା, ପୂଜା ସମୟରେ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ, ରାତ୍ର ୧୨ ଘଟିକା ପର୍ଯ୍ୟନ୍ତ ପୂଜା ଉତ୍ସବ ପାଳନ କରାଯିବ ବୋଲି ବୈଠକରେ ଆଲୋଚନା ହୋଇଥିଲା । ପୂଜା ଅବସରରେ ମହିଷାପାଟ ଠାରେ ୨୦୦ ରୁ ଉର୍ଦ୍ଧ୍ବ ଷ୍ଟଲ ଖୋଲାଯିବା ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି ସ୍ଥିର କରାଯାଇଛି ।

ବୈଠକରେ ପ୍ରାରମ୍ଭରେ ସଦର ଉପଜିଲ୍ଲାପାଳ ସୁଶ୍ରୀ ସ୍ନିଗ୍ଧାରାଣୀ ଧଳ ସମସ୍ତଙ୍କୁ ସ୍ଵାଗତ କରି ପୂଜା ସମ୍ପର୍କରେ ଆୟୋଜନ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ ।

ଏହି ପ୍ରସ୍ତୁତି ବୈଠକରେ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଓ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ତନ୍ମୟ କୁମାର ଦରୱନ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଅଶୋକ କୁମାର ଦାଶ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ପୁରୁଷୋତ୍ତମ ସେଠୀ, ମିଳିତ ବଜାର ଲକ୍ଷ୍ମୀପୂଜା କମିଟିର ସମ୍ପାଦକ ଶ୍ରୀ ପୀତବାସ ସାହୁ, ଶାନ୍ତି କମିଟିର ସମ୍ପାଦକ ଶ୍ରୀ ସୁଧାଂଶୁ କୁମାର ଦଳେଇ, ସମସ୍ତ ପୂଜା ପ୍ରତିଷ୍ଠାନର ସଭାପତି ଓ ସମ୍ପାଦକ, ସମ୍ପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ରହି ଲକ୍ଷ୍ମୀପୂଜା ପାଳନ ସମ୍ପର୍କରେ ଆଲୋଚନା କରିଥିଲେ ।

ଶେଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରମେଶ ଚନ୍ଦ୍ର ସେଠି (ସାଧାରଣ), ମା ଗଜଲକ୍ଷ୍ମୀଙ୍କ ପୂଜାକୁ ଶାନ୍ତି ଶୃଙ୍ଖଳା ଓ ଭାଇଚାରା ମଧ୍ୟରେ ପାଳନ କରିବାକୁ ଅନୁରୋଧ କରି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

20 − seven =