Monday, 22/April/2024 02:09
Mo Dhenkanal
ଢେଙ୍କାନାଳ ଖବର

ସେଣ୍ଟ ଜାଭିୟର୍ସ ହାଇ ସ୍କୁଲ ଢେଙ୍କାନାଳରେ ସାଧାରଣତନ୍ତ୍ର ଦିବସ ପାଳିତ ।

ଢେଙ୍କାନାଳ ରଣପଶିସ୍ଥିତ ସେଣ୍ଟ ଜାଭିୟର୍ସ ହାଇ ସ୍କୁଲ ଠାରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି । ଏଥିରେ ରାଜ୍ୟ କ୍ରୀଡ଼ା ଓ ଯୁବ କଲ୍ୟାଣ ବିଭାଗର ନିର୍ବାହୀ ଅଧ୍ୟକ୍ଷ ବିଜୟ କୁମାର ନାୟକ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ । ବିଦ୍ୟାଳୟର ପରିଚାଳନା ପରିଷଦର ପରିଚାଳକ ମନୋଜ କୁମାର ମହାନ୍ତିଙ୍କ ଉପସ୍ଥିତିରେ ଅଧ୍ୟକ୍ଷ ପ୍ରତାପ ଚନ୍ଦ୍ର ପାଣିଗ୍ରାହୀଙ୍କର ସହଯୋଗରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।

FB_IMG_1686103726896
Picsart_22-04-11_10-18-21-175

ସମ୍ମାନିତ ଅତିଥି ରୂପେ ସମାଜସେବୀ ସାଗରିକା ମିଶ୍ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରି ମାନଙ୍କୁ ଉଦବୋଧନ ଦେଇଥିଲେ । ମୁଖ୍ୟ ଅତିଥି ତାଙ୍କ ଅଭିଭାସଣ ମାଧ୍ୟମରେ ସାଧାରଣତନ୍ତ୍ର ଦିବସର ମହତ୍ତ୍ୱ ବିଷୟରେ ପ୍ରକାଶ କରିଥିଲେ ଏବଂ କୋଭିଡ ନିୟମ ଅନୁସାରେ ସମାଜକୁ ସଚେତନ କରିବା ପାଇଁ ସେ ଉପଦେଶ ଦେଇଥିଲେ । ସମାଜସେବୀ ଦେବାଶିଷ ମିଶ୍ର ଅନ୍ୟତମ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ରହିଥିଲେ ।

IMG-20230205-WA0003
Picsart_22-04-11_10-18-21-175

ଛାତ୍ରଛାତ୍ରୀଙ୍କ ଅନୁପସ୍ଥିତିରେ ଶିକ୍ଷକ, ଶିକ୍ଷୟିତ୍ରି ଏବଂ ବିଦ୍ୟାଳୟର ଅନ୍ୟ କର୍ମଚାରୀ ମାନେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରିଥିଲେ । ଶିକ୍ଷକ ସଞ୍ଜୟ କୁମାର ମଲ୍ଲିକ ଏବଂ ଶିକ୍ଷୟିତ୍ରୀ ପ୍ରିୟଙ୍କା ଅଗ୍ରୱାଲା, ଲୀଳା ବିଶ୍ୱାଳ, ଅମ୍ରିତା ସିଂ ଓ ରିତୁଲତା ନାୟକ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Picsart_22-04-11_10-18-21-175

ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

2 × 4 =