ଢେଙ୍କାନାଳ: ତା.୦୫.୦୯.୨୦୨୨ ରିଖ ସ୍ଥାନୀୟ ଶତାୟୁ ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟ, ଢେଙ୍କାନାଳ ପରିସରରେ କୋଭିଡ-୧୯ ନିୟମ ସବୁକୁ ଅନୁପାଳନ କରି ଗୁରୁ ଦିବସ ନିରାଡ଼ମ୍ବର ଭାବେ ପାଳନ ଅବସରରେ ପ୍ରାକ୍ତନ ଓ ବର୍ତ୍ତମାନର ଛାତ୍ର- ଶିକ୍ଷକ ସମ୍ମିଳନୀ -୨୦୨୨ ଅନୁଷ୍ଠିତ ହୋଇ ଯାଇଛି।
ଏହି ଅବସରରେ ବିଦ୍ୟାଳୟର ବର୍ତ୍ତମାନର ପ୍ରଧାନ ଶିକ୍ଷୟିତ୍ରୀ ବ୍ରହ୍ମୋତ୍ରୀ ବିଶ୍ୱାଳ ,ଓଡ଼ିଶା ଶିକ୍ଷାସେବା(ଏସ. ବି)(ଗ୍ରୁପ -ଏ) ଜୁନିୟରଙ୍କ ମାର୍ଗଦର୍ଶନରେ ବରିଷ୍ଠ ସହକାରୀ ଶିକ୍ଷୟିତ୍ରୀଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବରେ ପ୍ରାକ୍ତନ ଅବସର ପ୍ରାପ୍ତ କଳା ଶିକ୍ଷକ, ସୁସାହିତ୍ୟିକ,ସୁସଙ୍ଗଠକ, ବିଶିଷ୍ଠ ନାଟ୍ୟକାର ଓ ଅଭିନେତା,ଶିଳ୍ପୀ ପରେଶ ଚନ୍ଦ୍ର ପଟ୍ଟନାୟକ ଯୋଗଦାନ କରି ସ୍ଵୀୟ ଅଭିଭାଷଣରେ ଗୁରୁ- ଛାତ୍ର ସମ୍ପର୍କର ସେତୁବନ୍ଧ ଓ ଅତୀତର ଅଭୁଲା ସ୍ମୃତିଚାରଣ ହିଁ ଶିକ୍ଷା ଓ ଶିକ୍ଷାୟତନର ବିକାଶର ମୂଳମନ୍ତ୍ର ବୋଲି ମତ ପ୍ରକାଶ କରି ଥିଲେ। ଅନ୍ୟତମ ମୁଖ୍ୟବକ୍ତା ଭାବରେ ବିଦ୍ୟାଳୟର ପ୍ରାକ୍ତନ ଛାତ୍ର ତଥା ଢେଙ୍କାନାଳ ସଚେତନ ନାଗରିକ ଫୋରମ୍ ର ବରିଷ୍ଠ କର୍ମକର୍ତ୍ତା ଭରତ କୁମାର ଦାସ ମୁଖ୍ୟବକ୍ତା ଭାବରେ ଯୋଗଦାନ କରି ଛାତ୍ର ଛାତ୍ରୀମାନେ ଜୀବନରେ ସବୁକ୍ଷେତ୍ରରେ ସଫଳତା ହାସଲ କରିବା ପାଇଁ ମାତୃଭାଷା ସହିତ ଇଂରାଜୀ ଭାଷା ଓ ଅନ୍ୟାନ୍ୟ ଭାଷାରେ ପାରଙ୍ଗମ ହେବାରେ ଶିକ୍ଷକ ମାନଙ୍କର ବଳିଷ୍ଠ ଭୂମିକା ରହିଛି ବୋଲି ଦୃଢ଼ ମତପୋଷଣ କରିଥିଲେ।
ଯେଉଁ ମାନେ ଶିକ୍ଷା କ୍ଷେତ୍ରରେ ପ୍ରମୁଖ ଭୂମିକା ନିର୍ବାହ କରି ମଣିଷ ତିଆରି କାରଖାନାରେ ମଣିଷ ତିଆରି କରୁଛନ୍ତି ଦେଶ ଗଠନରେ ପ୍ରତ୍ୟେକ କ୍ଷେତ୍ରରେ ଯେଉଁ ମାନେ ପ୍ରମୁଖ ଭୁମିକା ନିର୍ବାହ କରୁଛନ୍ତି ସମସ୍ତଙ୍କୁ ପ୍ରଣାମ ଜଣାଇ ବିଦ୍ୟାଳୟର ସର୍ବାଙ୍ଗୀନ ଉନ୍ନତିର ସଫଳ ରୂପାୟନ କରିବାକୁ ସମସ୍ତେ ଆଗେଇ ଆସିବାକୁ ଦୃଢ଼ ଆହ୍ବାନ ଜଣାଇଥିଲେ। ଏହି ଅବସରରେ ଦଶମ ଶ୍ରେଣୀର ଶୁଭସ୍ମିତା ସାହୁ,ନବମ ଶ୍ରେଣୀର ଛାତ୍ର ଆଶୁତୋଷ ତ୍ରିପାଠୀ, ବରିଷ୍ଠ ବିଜ୍ଞାନ ଶିକ୍ଷକ ଇତିଶ କୁମାର ବରାଳ ,ଡ଼ା ଦେବୀ ପ୍ରସାଦ ମିଶ୍ର,ପ୍ରାକ୍ତନ ଓ ବର୍ତ୍ତମାନର ଅନେକ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମେତ ବରିଷ୍ଠ ଶିକ୍ଷୟିତ୍ରୀ ବିଜୟରଶ୍ମି ମିଶ୍ର ସ୍ଵୀୟ ସଭାପତିଙ୍କ ଅଭିଭାଷଣରେ ମହାନ ଗୁରୁ, ଶିକ୍ଷାବିତ୍ ତଥା ଭାରତର ପ୍ରାକ୍ତନ ମହାମହିମ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜୀବନୀ,ଗୁରୁ ଦିବସର ତାତ୍ପର୍ଯ୍ୟ, ବିଦ୍ୟାଳୟର ଅତୀତର ଅଭୁଲା ସ୍ମୃତି ଚାରଣ କରିବା ସଙ୍ଗେ ସଙ୍ଗେ ମୋ ସ୍କୁଲ କାର୍ଯ୍ୟକ୍ରମରେ ସାମିଲ୍ ହୋଇ ସମସ୍ତେ ବିଦ୍ୟାଳୟର ସର୍ବାଙ୍ଗୀନ ଉନ୍ନତି କଳ୍ପେ ଉଦ୍ୟମ ଅବ୍ୟାହତ ରଖିବାକୁ ଦୃଢ଼ ଆହ୍ଵାନ ଜଣାଇଥିଲେ।ଏହି ଅବସରରେ ମୁଖ୍ୟ ଅତିଥି ,ମୁଖ୍ୟବକ୍ତା ପର୍ଯ୍ୟାୟ କ୍ରମେ ବରିଷ୍ଠ ଓ କନିଷ୍ଠ ବିଭାଗରେ ବିଭିନ୍ନ ପ୍ରତିଯୋଗିତାର ସଫଳ ଛାତ୍ରଛାତ୍ରୀମାନଙ୍କୁ ପ୍ରଶଂସା ପତ୍ର ପ୍ରଦାନ କରିଥିଲେ।
ବିଦ୍ୟାଳୟର ଆଲୁମିିନି ଆସୋସିଏସନର ସଭ୍ୟ ସଭ୍ୟା ବୃନ୍ଦ, ଅଭିଭାବକ,ଅଭିଭାବିକା ଓ ଶତାଧିକ ଛାତ୍ରଛାତ୍ରୀଙ୍କ ସମେତ ବରିଷ୍ଠ ଶିକ୍ଷୟିତ୍ରୀ ବିଜୟରଶ୍ମି ମିଶ୍ର,ବିଦ୍ୟାଳୟର ୧୯୮୦ ମସିହା ବ୍ୟାଚ୍ ର ପ୍ରାକ୍ତନ ଛାତ୍ର ,ମୋ ସ୍କୁଲ କାର୍ଯ୍ୟକ୍ରମର ସଂଯୋଜକ,ବରିଷ୍ଠ ଗଣିତ ଓ ବିଜ୍ଞାନ ଶିକ୍ଷକ ତଥା ସମର ଶିକ୍ଷାର୍ଥୀ ଆକାଶ ବାହିନୀ ଚିଫ ଅଫିସର ଡ଼ା.ଦେବୀ ପ୍ରସାଦ ମିଶ୍ର, ବରିଷ୍ଠ ଶିକ୍ଷୟିତ୍ରୀ ଶ୍ୱେତପଦ୍ମା ମିଶ୍ର, ସମର ଶିକ୍ଷାର୍ଥୀ ସ୍ଥଳ ବାଳିକା ବାହିନୀର ଥାର୍ଡ ଅଫିସର ଅନୁପମା ପଣ୍ଡା, ଏହି ବିଦ୍ୟାଳୟର ପ୍ରାକ୍ତନ ଛାତ୍ରୀ ତଥା ସମର ଶିକ୍ଷାର୍ଥୀ ନୌବାହିନୀ ଦାୟିତ୍ୱରେ ଥିବା ଶିକ୍ଷୟିତ୍ରୀ କିରଣମୟୀ ମହାଳିକ, ବିଦ୍ୟାଳୟର ସଂସ୍କୃତି ବିଭାଗର ଦାୟିତ୍ୱରେ ଥିବା ସଂସ୍କୃତ ଶିକ୍ଷୟିତ୍ରୀ ଡ଼ଃ ଅନୁପମା ମିଶ୍ର ଓ ପ୍ରାକ୍ତନ ଛାତ୍ର ତଥା ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ଦିପ୍ତିଶ କୁମାର ଶତପଥୀ, ଗ୍ରୀନ ଆର୍ମି ଦାୟିତ୍ବରେ ଥିବା ବରିଷ୍ଠ ଶିକ୍ଷକ ଦେବରାଜ ରାଉତ, ସ୍କାଉଟ ମାଷ୍ଟର, ଇତିଶ କୁମାର ବରାଳ,ସମର ଶିକ୍ଷାର୍ଥୀ ନୌବାହିନୀ ପ୍ରାକ୍ତନ ଚିଫ ଅଫିସର ଧ୍ୟାନଚାନ୍ଦ ମିଶ୍ର,୧୯୭୯ ବ୍ୟାଚ୍ ପ୍ରାକ୍ତନ ଛାତ୍ରୀ ତଥା ବରିଷ୍ଠ ଶିକ୍ଷୟିତ୍ରୀ ସ୍ଵର୍ଣମୟୀ ଶତପଥୀ,ସୁନିତାବାଳା ଷଡ଼ଙ୍ଗୀ, ସ୍ୱାଗତିକା ରଥ,ସୁଜାତା ପଣ୍ଡା,ଗାଇଡ଼ ଶିକ୍ଷୟିତ୍ରୀ କ୍ଷୀରାବଧିତନୟା ମହାପାତ୍ର,ସୁଚିତ୍ରା ସାହୁ,କଳ୍ପନା ବାରିକ, କାର୍ଯ୍ୟାଳୟ ସହକାରୀ ପ୍ରଫୁଲ୍ଲ କୁମାର ବିଶ୍ବାଳ, ଭୋକେଶନାଲ ଦାୟିତ୍ୱରେ ଥିବା ଶୁଭଶ୍ରୀ ଦେବସ୍ମିତା ରାଉତ,ସୁଜିତ କୁମାର ବାରା, ବାସୁଦେବ ରଣା,ମମତା ବେହେରା,ରୁଦ୍ରାକ୍ଷ ଗଡନାୟକ, ସନ୍ତୋଷ ଜେନା, ନରହରି ଗୋଛାୟତ ପ୍ରମୁଖ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ବୃନ୍ଦ, ବିଦ୍ୟାଳୟରେ କୋଭିଡ-୧୯ ନିୟମାବଳୀ ଅନୁପାଳନ କରି ଯୋଗଦାନ କରି ଏହି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ମୂଖ୍ୟ ଅତିଥି, ମୁଖ୍ୟବକ୍ତାଙ୍କ ସମେତ ଉପସ୍ଥିତ ସମସ୍ତେ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଫଟୋରେ ପୁଷ୍ପ ମାଲ୍ୟାର୍ପଣ,ଧୂପ ଦୀପ ଅର୍ପଣ କରିଥିଲେ ଓ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ସ୍ବାଗତ ସଙ୍ଗୀତ ଗୁରୁବନ୍ଦନା ଗାନ କରିଥିଲେ। ପରେପରେ ବିଦ୍ୟାଳୟର ସାଂସ୍କୃତିକ ବିଭାଗ ଦାୟିତ୍ୱରେ ଥିବା ବରିଷ୍ଠ ସଂସ୍କୃତ ଶିକ୍ଷୟିତ୍ରୀ ଡ଼ଃ ଅନୁପମା ମିଶ୍ର ଓ ସଂସ୍କୃତ ଶିକ୍ଷକ ଦିପ୍ତିଶ କୁମାର ଶତପଥୀଙ୍କ ମିଳିତ ମାର୍ଗଦର୍ଶନରେ କୋଭିଡ୍ ନିୟମ ସବୁକୁ ଅନୁପାଳନ କରି ସୁନ୍ଦର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
ବିଦ୍ୟାଳୟର ୧୯୮୦ ମସିହା ବ୍ୟାଚ୍ ର ପ୍ରାକ୍ତନ ଛାତ୍ର ,ମୋ ସ୍କୁଲ କାର୍ଯ୍ୟକ୍ରମର ସଂଯୋଜକ,ବରିଷ୍ଠ ଗଣିତ ଓ ବିଜ୍ଞାନ ଶିକ୍ଷକ ତଥା ସମର ଶିକ୍ଷାର୍ଥୀ ଆକାଶ ବାହିନୀ ଚିଫ ଅଫିସର ଡା.ଦେବୀ ପ୍ରସାଦ ମିଶ୍ର ସ୍ୱାଗତ ଭାଷଣ , ସମ୍ମିଳନୀର ଆଭିମୁଖ୍ୟ ବର୍ଣ୍ଣନା, କାର୍ଯ୍ୟକ୍ରମର ସଫଳ ପରିଚାଳନା ଓ ସଂଯୋଜନା କରିବା ସଙ୍ଗେ ସଙ୍ଗେ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ