ଢେଙ୍କାନାଳ ଜିଲ୍ଲାରେ ଖୋଲିବ RT-PCR ଟେଷ୍ଟିଙ୍ଗ୍ ସେଣ୍ଟର ଏହା ସହ ରାଜ୍ୟର ୧୬ଟି ଜିଲ୍ଲା ଯଥା ଭଦ୍ରକ, ବଉଦ, ଗଜପତି, ଖୋର୍ଦ୍ଧା, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ନବରଙ୍ଗପୁର, ମାଲକାନଗିରି, ନୂଆପଡା, ସୋନପୁର, କନ୍ଧମାଳ, ସୁନ୍ଦରଗଡ, ରାୟଗଡ଼ା ଓ ବରଗଡର ସଦର ମହକୁମାରେ ଗୋଟିଏ ଗୋଟିଏ ଆର୍ଟିପିସିଆର୍ କେନ୍ଦ୍ର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋଡ଼ିଏ କୋଟି ଟଙ୍କା ମଞ୍ଜୁର କରିଛନ୍ତି।
ଏହି ଟେଷ୍ଟିଂ କେନ୍ଦ୍ରଗୁଡିକ ସବୁଦିନ ଲୋକଙ୍କୁ ସେବା ଯୋଗାଇ ଦେବ। ଏଥିନିମନ୍ତେ ପ୍ରତି ଜିଲ୍ଲାରେ ଜଣେ ଲେଖାଏ ମାଇକ୍ରୋ ବାୟୋଲୋଜିଷ୍ଟ୍ ଓ ତିନି ଜଣ ଲ୍ୟାବ୍ ଟେକ୍ନିସିଆନ୍ଙ୍କୁ ନିୟୋଜିତ କରାଯିବ। କରୋନା ସଂକ୍ରମଣକୁ ରୋକିବା ଓ ତୁରନ୍ତ ଚିକିତ୍ସା ଆରମ୍ଭ କରିବାରେ ଏହା ବିଶେଷ ସହାୟକ ହେବ।
ସୌଜନ୍ୟ- ଓଡ଼ିଶା ଲୋକ ସମ୍ପର୍କ ବିଭାଗ, ଓଡିଶା ସରକାର
ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ