ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାତ୍ୟା ‘ୟାସ୍’ ଯୋଗୁ ହୋଇଥିବା କ୍ଷୟକ୍ଷତିର ଆକଳନ ପାଇଁ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଆସିବେ। ଶୁକ୍ରବାର ପ୍ରଧାନମନ୍ତ୍ରୀ ଦୁଇ ରାଜ୍ୟ ଗସ୍ତ କରିବେ। ସେ ପ୍ରଥମେ ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ ପହଞ୍ଚି ସମୀକ୍ଷା ବୈଠକ କରିବେ । ତାପରେ ସେ ବାଲେଶ୍ବର, ଭଦ୍ରକ ଏବଂ ପଶ୍ଚିମବଙ୍ଗର ପୂର୍ବ ମେଦିନପୁରରେ ଆକାଶ ମାର୍ଗରୁ ବାତ୍ୟା ସ୍ଥିତିର ସମୀକ୍ଷା କରିବେ। ଏହା ସହ ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗରେ ମଧ୍ୟ ଏକ ସମୀକ୍ଷା ବୈଠକ କରିବେ । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ସେପଟେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆକାଶ ମାର୍ଗରୁ ବାତ୍ୟା ପରବର୍ତ୍ତୀ ସ୍ଥିତିର ସମୀକ୍ଷା କରିଛନ୍ତି ।
ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ